ବହୁଚର୍ଚ୍ଚିତ ସାମାଜିକ କର୍ମୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କଲେ ମାନ୍ୟବର ହାଇକୋର୍ଟ

Advertisement
Advertisement
Click for Any Complaint Regarding This News
AAA Online Services

ସାମାଜିକ କର୍ମୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଆଜି ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାର ଥିଲା l ମାତ୍ର କ୍ରାଇମ୍‌ବ୍ରାଞ୍ଚ ତରଫରୁ  ଷ୍ଟାଟସ୍ ରିପୋର୍ଟ ଦାଖଲ ହୋଇ ନ ଥିବାରୁ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଷ୍ଟିସ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୧୧ ତାରିଖ ସୁଦ୍ଧା ତଦନ୍ତର ଅଗ୍ରଗତି ନେଇ ସାନି ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ କ୍ରାମବ୍ରାଞ୍ଚକୁ ନିର୍ଦେଶ ଦେଇଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଆଦିତ୍ୟଙ୍କର ମୃତଦେହ ଜୁଲାଇ ୭ ତାରିଖ ଦିନ ରେଳବାଇ ପୁଲିସ ଲିଙ୍ଗରାଜ ରେଳ ଷ୍ଟେସନ ନିକଟରୁ ଉଦ୍ଧାର କରିଥିଲା।ଜିଅଆରପି ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ପୁଲିସ ମହାନିର୍ଦେଶକ ଘଟଣାର ତଦନ୍ତ ଭାର ରାଜ୍ୟ କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାୟର ଆଉ ଏକ ମାମଲା ଏବେ ହାଇକୋର୍ଟରେ ମଧ୍ୟ ବିଚାରାଧୀନ ରହିଛି।

Please Share

Leave a Reply

Your email address will not be published. Required fields are marked *