ଭୁବନେଶ୍ୱର : ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ରେଳସଦନ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଅଛି । ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ଏହି ଅବସରରେ ରେଳପଥର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଶପଥପାଠ କରାଇ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଅଖଣ୍ଡତାକୁ ସୁରକ୍ଷା ଦେବାକୁ କହିଥିଲେ । ରେଳପଥର ପ୍ରମୁଖ କାର୍ମୀକ ଅଧିକାରୀ ଶ୍ରୀ ପ୍ରକାଶ ଚନ୍ଦ୍ର ନାୟକ ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାରଙ୍କ ସହିତ ସମସ୍ତ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଏହି ସବୁ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।
ପୂର୍ବତଟ ରେଳପଥ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ
Click for Any Complaint Regarding This News
AAA Online Services