ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ ଛୁଇଁଲାଣି । ୮୦ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ହୋମ୍ କ୍ବାରେଣ୍ଟାଇନ୍ରେ ଦୁଇ ଜଣ ରହିଥିଲେ । ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡିଛି ।
ଚିହ୍ନଟ ହୋଇଥିବା ୮୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି।