ଆଇଏଏସସ୍ତରରେ ଅଦଳବଦଳ, ପଢନ୍ତୁ ଏହି ଖବର

Advertisement
Advertisement
Click for Any Complaint Regarding This News
AAA Online Services

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ୨୦୧୭ ବ୍ୟାଚର ୫ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଏହି ଅଧିକାରୀମାନେ ଗତ ବର୍ଷକ ପୂର୍ବରୁ ନିଜର ତାଲିମ ସାରି ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ଯୋଗ ଦେଇଥିଲେ।

ଆଇଏଏସ୍‌ ତଥା ଓଡ଼ିଶା ଖଣି ନିଗମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓ ଓଏମଇସିଏଲର କାର୍ଯ୍ୟର୍ନିବାହୀ ନିର୍ଦ୍ଦେଶକ ପି ଅନ୍ଵେଷା ରେଡ୍ଡୀଙ୍କୁ ବାରିପଦା ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ଶ୍ରୀମତି ଅନ୍ଵେଷା ବାରିପଦା ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ଓମଫେଡ୍‌ ସିଜିଏମ୍‌ ସହ ହକି ପ୍ରୋମୋସନ୍‌ କାଉନସିଲ ସିଇଓ ଭାବେ କାର୍ଯ୍ୟରତ ଆଇଏଏସ୍‌ ସୋମେଶ କୁମାର ଉପାଧ୍ୟାୟଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ସେ ଟିଟିଲାଗଡ଼ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସେହିପରି ରାଜ୍ୟ ସରକାର ପାଟିଲ ଆଶିଷ ଈଶ୍ୱରଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ ବଦଳି କରିଛନ୍ତି। ସେ ବାଲେଶ୍ୱର ପୌରପାଳିବାର କାର୍ଯ୍ୟର୍ନିବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ବର୍ତ୍ତମାନ ଶ୍ରୀ ଈଶ୍ୱର ଗ୍ରୀଡକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଛନ୍ତି।

ଓକାକ୍‌ ଓଏସଡି ଭାବେ କାର୍ଯ୍ୟରତ ଟିଏସ୍‌ ଦିବାକରଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ଦିବାକରଙ୍କୁ ଧର୍ମଗଡ଼ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ ହେବ। ଆଇଏଏସ୍‌ ତଥା ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ହେମକାନ୍ତ ସଏଙ୍କୁ ଜୟପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ସେ ଜୟପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

Please Share

Leave a Reply

Your email address will not be published. Required fields are marked *