ଭୁବନେଶ୍ୱର : ଓଡ଼ିଆ ସିନେମାର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଆଜି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ କେୟାର ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି ।
କିଛିଦିନ ତଳେ ସେ ହାଇଦ୍ରାବାଦରେ ରହୁଥିବା ଝିଅ ପାଖକୁ ଯାଇଥିଲେ । ସେଠାରେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସପିଟାଲରେ ଚିକିତ୍ସା କରାଯାଉଥିଲା । ସୁସ୍ଥ ହେବା ପରେ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା । ତେବେ ଆଜି ସନ୍ଧ୍ୟାରେ ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପୁଣି ହସପିଟାଲକୁ ନିଆଯାଇଥିଲା । ସେଠାରେ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଘଟିଥିଲା ।ମୃତ୍ୟୁ ସମୟରେ ତାଙ୍କ ବୟସ ୭୦ ବର୍ଷ ହୋଇଥିଲା।