ବରଗଡ଼:(କ୍ରାନ୍ତି ଓଡ଼ିଶା) ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଆଗାମୀ ବର୍ଷା ଋତୁରେ ବନ୍ୟା, ବାତ୍ୟା ଭଳି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରିବା ସହ ଶୂନ୍ୟ ମୃତ୍ୟୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଛି I ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ମାନିନୀ ଭୋଇ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ଏବଂ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହ ଅଧିକାରୀ ଶ୍ରୀ ସୁଶାନ୍ତ ସିଂଙ୍କ ସମେତ ଜିଲ୍ଲାର ସମସ୍ତ ଲୋକ ପ୍ରତିନିଧି, ଜିଲ୍ଲା ସ୍ତରୀୟ ଅଧିକାରୀ, ଅଗ୍ନିଶମ,ଓଡ୍ରାଫ, ଜଙ୍ଗଲ ଓ ପରିବେଶ ଭିଭାଗ ଅଧିକାରୀ, ସମସ୍ତ ବିଡ଼ିଓ , ତହସିଲଦାର ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ I
ପଶ୍ଚିମାଞ୍ଚଳ ବ୍ୟୁରୋ ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ