ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ନିମନ୍ତେ ବ୍ୟବହୃତ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ

ମାଲକାନଗିରି, ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ, ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ସମୟରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଦ୍ୱାରା ସଭା ସମିତି ଓ ପ୍ରଚାର ପ୍ରସାର ନିମନ୍ତେ ବ୍ୟବହୃତ ହେବାକୁ ଥିବା ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକୁ ଅନୁପାଳନ କରି ସମସ୍ତେ ସତର୍କତା ଅବଲମ୍ବନ ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲା ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।ସାମିଆନା, ପ୍ରଚାର ପତ୍ର, ଗାଡ଼ି, ସାଉଣ୍ଡ ସିଷ୍ଟମ ଇତ୍ୟାଦି ବିଭିନ୍ନ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ବୈଠକରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ, ବେଦବର ପ୍ରଧାନ ନିର୍ବାଚନ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସହ ବିଭିନ୍ନ ଆଚରଣ ବିଧି ସମ୍ପର୍କରେ ଉପସ୍ଥିତ ରାଜନୈତିକ ଦଳ ମାନଙ୍କୁ ସୂଚନା ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ ତଥା ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣିଂ ଅଧିକାରୀ, ତ୍ରିନାଥ ମାଝୀ, ଉପ ଜିଲ୍ଲାପାଳ ତଥା ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣି ଅଧିକାରୀ, ଦୁର୍ଯ୍ୟୋଧନ ଭୋଇ, ମୂଲ୍ୟ ନିର୍ଦ୍ଧାରଣ କମିଟି ନୋଡାଲ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଓ ରଥୀକୃଷ୍ଣ ପାତ୍ର ଉପସ୍ଥିତ ଥିଲେ।

(ରିପୋର୍ଟ: ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave a Reply

Your email address will not be published. Required fields are marked *